ଭୁବନେଶ୍ୱର , ଉତର ଓଡିଶା ମୁହାଁ ହୋଇଛି ଲଘୁଚାପ । ଗତକାଲି ଦକ୍ଷିଣ-ଉପକୂଳ ଓଡିଶା ଅଂଚଳରେ ସକ୍ରିୟ ଲଘୁଚାପ, ଆଜି ଉତର ଓଡିଶା ଏବଂ ତାର ପାର୍ଶ୍ୱବର୍ତୀ ଅଂଚଳରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜିଠାରୁ ଉତର ଓଡ଼ିଶାରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର ଓ ନୂଆପଡା ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୧୫ରୁ ୧୬ ତାରିଖ ମଧ୍ୟରେ ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଂଜ, ଯାଜପୁର , ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷ । ପାଇଁ ଅରେଂଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟରେ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୁଳ , ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡା, ବରଗଡ, ସୋନପୁର ଓ ବୌଦ୍ଧ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।