ଭୁବନେଶ୍ୱର, ଗତକାଲିର ଲଘୁଚାପ ଆଜି ଉପକୂଳ ଓଡିଶା ଏବଂ ପାର୍ଶ୍ୱବର୍ତୀ ଅଂଚଳରେ ସକ୍ରିୟ ରହିଛି, ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି ।ସେହିପରି ମୌସୁମୀ ଜନିତ ନିମ୍ନ ଚାପ ରେଖା ଉତରପୂର୍ବ ଆରବସାଗର ଅଂଚଳର ସୁଦୃଶଃ-ଲଘୁଚାପ କ୍ଷେତ୍ର ର କେନ୍ଦ୍ର ରୁ ବାହାରି, ଉଦୟପୁର, ରାଏସନ, ଜବଲପୁର, ପେନ୍ଦ୍ରା ରୋଡ଼, ହୀରାକୁଦ, ଓଡିଶା ଉପକୂଳର ଲଘୁଚାପ କେନ୍ଦ୍ର ମଧ୍ୟ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିଛି । ଏହା ବାୟୁମଣ୍ଡଳରେ ୧.୫କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ମତ୍ସ୍ୟଜୀବୀମାନଙ୍କୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆଗାମୀ ୨୪ଘଂଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କଟକ, ଢ଼େଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ବୌଦ୍ଧ, ସୋନପୁର ଓ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୧୬ରୁ ୧୭ ତାରିଖ ମଧ୍ୟରେ କଳାହାଣ୍ଡି , କନ୍ଧମାଳ ,ବୌଦ୍ଧ, ବଲାଙ୍ଗୀର, ବରଗଡ, ସମ୍ବଲପୁରଓ ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ସମୟ ମଧ୍ୟରେ ନବରଙ୍ଗପୁର, ନୂଆପଡା, ଗଂଜାମ, ନୟାଗଡ, ଖୋର୍ଦ୍ଧା , ପୁରୀ , କଟକ , ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ, ଦେବଗଡ , ଝାରସୁଗୁଡା, ସୋନପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।