
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪, ୬୮ ୩୫୦ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୦୧,୫୫,୪୫୨ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୫,୫୨୮ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୫,୫୨୮ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୫ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧,୪୩,୬୫୪ ବେଳେ ବର୍ତମାନ ସୁଦ୍ଧା ୫,୨୫,୭୮୫ ଜଣ ମୃତ୍ୟୁ ବରଣ କରିଛନ୍ତି ।