-
ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ଉତ୍ସବରେ ହେବେ ସାମିଲ
ଭୁବନେଶ୍ୱର, ଶନିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତରେ ଯିବେ । ସେଠାରେ ସେ ଆଗାମୀ ୨୫ ତାରିଖ ଦିନ ହେବାକୁ ଥିବା ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଜଣା ପଡିଛି ।
ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହୋଇଛନ୍ତି । । ମୁଖ୍ୟମନ୍ତ୍ରୀ ଦ୍ରୌପଦୀ ମୁର୍ମୁଙ୍କୁ ଓଡିଶା ଲୋକଙ୍କ ତରଫରୁ ଶୁଭେଚ୍ଛା ଜଣାଇଛନ୍ତି । ତାଙ୍କ ସଫଳତା ପାଇଁ ଓଡିଶାର ଲୋକମାନେ ବହୁତ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।