ବାରିପଦା, ଜଙ୍ଗଲରୁ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ନେଦାମ ଗ୍ରାମ ନିକଟ ଜଙ୍ଗଲରୁ ଉଭୟଙ୍କ ମୃତଦେହ ଉଦ୍ଧାର ହୋଇଛି । ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ବେଳେ ଆଜି ସକାଳେ ଦୁହିଁଙ୍କ ମୃତଦେହ ଗଛରେ ଝୁଲନ୍ତା ଅବସ୍ଥାରେ ଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ । ସେମାନେ ଏ ସମ୍ପର୍କରେ ପୋଲିସକୁ ଖବର ଦେଇଥିଲେ । କପ୍ତିପଦା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।
ପ୍ରକାଶ ଥାଉ କି, ଉଭୟ ଗତ ୫ ଦିନ ହେଲା ଘରୁ ନିଖୋଜ ଥିବା ପରିବାର ଲୋକ କହିଛନ୍ତି ।