ଭୁବନେଶ୍ୱର, କଳାହାଣ୍ଡିର ପୂର୍ବତନ ଲୋକସଭା ସଦସ୍ୟ ସୁବାସ ଚନ୍ଦ୍ର ନାୟକଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୫ ବର୍ଷ ହୋଇଥିଲା । ଭବାନୀପାଟଣା ଇରିଗେସନ କଲୋନୀ ସ୍ଥିତ ନିଜ ବାସଭବନ ଥିବା ବେଳେ ସେ ଆଜି ଅସୁସ୍ଥ ଅନୁଭବ କରିଥିଲେ । ଏହା ପରେ ତାଙ୍କୁ ତୁରନ୍ତ ଭବାନୀପାଟଣା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।
ସେ ୧୯୯୧ରୁ କଂଗ୍ରେସ ଟିକେଟରେ ବିଜୟୀ ହୋଇଥିଲେ ।