ଭୁବନେଶ୍ୱର, ଓଲିଉଡର ଅଭିନେତା ବାବୁସାନଙ୍କ ଘରୋଇ କଳି ରାଜରାସ୍ତାକୁ ଆସିବା ପରେ ବାବୁସାନଙ୍କ ମାଆ ଅପରାଜିତା ମହାନ୍ତି ପ୍ରତିକ୍ରିୟା ଚାଙ୍କ ପୁଅକୁ ସ୍ତ୍ରୀ, ଛୁଆ ଓ ବାପାମାଆଙ୍କ ପାଖକୁ ସେ ଫେରିଆସୁ ବୋଲି ନିବେଦନ କରିଛନ୍ତି ।
ସେ ଏହି ଘଟଣା ପରେ ଆଜି ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ବାବୁସାନ ବହୁତ ଭଲ ପିଲା ଓ ସ୍ନେହୀ । ଯିଏ ପ୍ରକୃତ ବନ୍ଧୁ ହୋଇଥିବ କାହାର ଅନିଷ୍ଟ କରିବନି । ଯାହାର ସ୍ୱାର୍ଥ ଥିବ ସେ ଅନିଷ୍ଟ ଚିନ୍ତା କରିବ । କୋଭିଡ୍ ସମୟରେ ଘରଠୁ ଦୂରେଇ ରହିଥିଲା । କୋଭିଡ୍ ବେଳେ ଖରାପ ସଙ୍ଗରେ ପଡ଼ିଥିଲା । ଯେଉଁମାନଙ୍କୁ ଅତି ଭଲ ପାଏ ସେମାନଙ୍କ କଥା ବି ମାନିଲା ନାହିଁ । ଆକ୍ଟିଂ, ଗୀତ, ଇଣ୍ଡଷ୍ଟ୍ରି କହିଲେ ତାର ଜୀବନ । କଲ୍ ରେକର୍ଡ ଯାଞ୍ଚ ହେଲେ ସତ ସାମ୍ନାକୁ ଆସିବ । କିଏ ତାକୁ କଲ୍ କରୁଥିଲା ସତ ପଦାକୁ ଆସିବ ।
ବାବୁସାନର ଚରିତ୍ର ବଦଳିଛି, ସେ ଡିପ୍ରେସନରେ ରହୁଛି । ମୋ ପୁଅ ତାର ସ୍ତ୍ରୀ ଓ ପିଲାଙ୍କ ପାଖକୁ ପଳାଇ ଆସୁ । ୨ରୁ ୩ଜଣ ନାରୀ ଚରିତ୍ର ଜୀବନକୁ ଆସିବା ପରେ ଅଶାନ୍ତି ସୃଷ୍ଟି ହୋଇଛି । କେବଳ ସେତିକି ନୁହେଁ, ବ୍ଲାକମେଲ୍ କରାଯାଉଥିବା ବାବୁସାନ୍ ଘରେ ଜଣାଇଥିଲେ । ଅନ୍ୟର ପ୍ରରୋଚନାରେ ପଡ଼ି ଘର ଲୋକଙ୍କୁ ଭୁଲ ବୁଝେନି ବୋଲି ମାଆ ଅପରାଜିତା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ପରିବାର ଲୋକ ସବୁବେଳେ ବାବୁସାନ୍ ସହିତ ରହିଛନ୍ତି । ଓଡ଼ଶାବାସୀ ଆମ ପରିବାରଙ୍କ ସହ ଅଛନ୍ତି । ଆମକୁ ଆଶୀର୍ବାଦ କରନ୍ତୁ ।