ଭୁବନେଶ୍ୱର, ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ଲି ଉପଲକ୍ଷେ ‘ଆଜାଦୀ କା ଅମୃତ ମହୋତ୍ସବ’ ପାଳନ କରାଯାଉଛି । ଏହାର ଅଂଶବିଶେଷ ସ୍ୱରୂପ ଭାରତ ସରକାର ଶକ୍ତି ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ‘‘ଉଜ୍ଜ୍ୱଳ ଭାରତ – ଉଜ୍ଜ୍ୱଳ ଭବିଷ୍ୟ ଶକ୍ତି ଅ୨୦୪୭’’ ସମାରୋହ ଆୟୋଜିତ ହେଉଛି । ବୁଧବାର ଦିନ ଖୋର୍ଦ୍ଧା ଟାଉନ ହଲ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ର ନାଥ ମିତ୍ର, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ, ଖୋର୍ଦ୍ଧା ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଦୀଗନ୍ତ ରାଉତରାୟ, ଖୋର୍ଦ୍ଧା ପୌରପାଳିକା ଅଧ୍ୟକ୍ଷା ଶ୍ରୀମତୀ କନକଲତା ମହାନ୍ତି, ଜିଲ୍ଲା ପରିଷଦ ଅଧ୍ୟକ୍ଷା ରୂପଶ୍ରୀ ରାଣୀ ଗୁମାନସିଂହ, ଖୋର୍ଦ୍ଧା ବ୍ଲକ୍ ଅଧ୍ୟକ୍ଷା ଶ୍ରୀମୟୀ ପ୍ରିୟଦର୍ଶିନୀ ପାତ୍ର, ଜଟଣୀ ପୌରପାଳିକା ଅଧ୍ୟକ୍ଷ ଅନନ୍ତ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଶକ୍ତି କ୍ଷେତ୍ରରେ ଦେଶର ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧିକୁ ଲୋକଲୋଚନକୁ ଆଣିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ । କାର୍ଯ୍ୟକ୍ରମ ଅବସରରେ ଶକ୍ତିର ଆବଶ୍ୟକତା ସମ୍ପର୍କରେ ସାଧାରଣ ଜନତାଙ୍କୁ ସଚେତନ କରାଯାଇଥିଲା । ସ୍ୱାଧୀନତା ପରେ ବିଦ୍ୟୁତ ଶକ୍ତି କ୍ଷେତ୍ରରେ ହୋଇଥିବା ପ୍ରଗତି ବିଷୟରେ ସୂଚନା ଦିଆଯାଇଥିଲା । ଏହି ଅବସରରେ ବିଦ୍ୟୁତ ଶକ୍ତି ସଂରକ୍ଷଣ, ଉପଭୋକ୍ତା ଅଧିକାର, ପ୍ରତ୍ୟେକ ଘରକୁ ବିଦ୍ୟୁତ ସଂଯୋଗ, ଭବିଷ୍ୟତ ପାଇଁ ଶକ୍ତି ସଂରକ୍ଷଣ ଏବଂ ଅକ୍ଷୟ ଶକ୍ତି ଉତ୍ସ ସମ୍ପର୍କରେ ଉପଭୋକ୍ତାମାନଙ୍କୁ ସଚେତନ କରାଯାଇଥିଲା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।
Related Stories
November 28, 2024
November 28, 2024