ଗଞ୍ଜାମ, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସ୍ଥିତ କାଶୀବିଶ୍ଵନାଥ ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ମନ୍ଦିରରରୁ ଚୋରି ହୋଇଛି । ଆଜି ସକାଳେ ମନ୍ଦିର ପୂଜକ ଏ ସମ୍ପର୍କରେ ଜାଣିବା ପରେ ଦିଗପହଣ୍ଡି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛି । ମନ୍ଦିର ବାହାରେ ଓ ଭିତରେ ଲାଗିଥିବା ସିସିଟିଭି କ୍ୟାମେରା ଅଚଳ ହୋଇପଡିଥିବାରୁ ଏହାର ସୁଯୋଗ ନେଇ ଦୁର୍ବୃତ ମାନେ ମନ୍ଦିର ମୁଖ୍ୟ ଫାଟକର ତାଲା ଭାଙ୍ଗି ଭିତରେ ପଶିବା ସହ ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରିଥିବା ଜଣାପଡ଼ିଛି।
Related Stories
November 22, 2024