ଭୁବନେଶ୍ବର, ଆଗାମୀ ୫ ତାରିଖରୁ ରାଜ୍ୟରେ ସାମାନ୍ୟ ବର୍ଷା ବଢିବାର ସମ୍ଭାବନା ରହିଛି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି ।
କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।