-
ଆଗାମୀ ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି, ବର୍ଷା ପବନ ଲାଗି ରହିବ, ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର, ଆଗାମୀ ୭ ଅଗଷ୍ଟ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ଦ୍ୱାରା ପୂର୍ବାନୁମାନ କରାଯାଇଛି । ଏହାର ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ସୂଚନା ଦିଆଯାଇଛା ।
ପାଣିପାଗ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଏହା ପୂର୍ବରୁ ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କ ଲାଗିରହିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ସତର୍କ ସୂଚନା ଦିଆ ଯାଇଛି । ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଯେଉଁ ଜିଲ୍ଲା ମାନଙ୍କରେ ଗୋଟିଏ ଦୁଇଟି ସ୍ଛାନ ପାଇଁ ସତର୍କ ସୂଚନା ଦିଆଯାଇଛି ସେଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଜଗତସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର ଓ ଅନ୍ୟତମ । ଏହି ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୦ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରା କରାଯାଇଛି ।