
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୦୦୧୪
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୨୦୦୧୪ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୫୨୬୧ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୫୪୯ ରହିଛି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮୫ ଜଣ ସଂଗରୋଧରୁ ଓ ୨୦୨ ଜଣ ସ୍ଥାନୀୟ ସମ୍ପର୍କରୁ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୨୯ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।