
ନୂଆଦିଲ୍ଲୀ/ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମାନନୀୟ ଉପରାଷ୍ଟ୍ରପତି ଶ୍ରୀ ଭେଙ୍କେୟା ନାଇଡ଼ୁଙ୍କୁ ନୂଆଦିଲ୍ଲୀ ଠାରେ ବ୍ୟକ୍ତିଗତ ଭାବେ ଭେଟି ବିଦାୟକାଳୀନ ଶୁଭେଚ୍ଛା ଜଣାଇବା ସହ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ କୃତଜ୍ଞତା ଜଣାଇଛନ୍ତି ।
ତାଙ୍କ କାର୍ଯ୍ୟକାଳର ଶେଷ ଦିନରେ ଶ୍ରୀ ନାଇଡୁଙ୍କୁ ଭେଟିବା ଅବସରରେ ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଷ୍ଟେଟ୍ସ ମ୍ୟାନ ଶ୍ରୀ ନାଇଡୁଙ୍କ ଉଭୟ ଲୋକସଭା ଏବଂ ରାଜ୍ୟସଭା ଗୃହରେ ସେବା କାର୍ଯ୍ୟ ଥିଲା ଅନନ୍ୟ । ଶ୍ରୀ ନାଇଡୁ ଗଣତାନ୍ତ୍ରିକ ପରମ୍ପରାକୁ ଉର୍ଦ୍ଧ୍ୱରେ ରଖି ଗୃହ କାର୍ଯ୍ୟକୁ ଯେପରି ପରିଚାଳନା କରିଥିଲେ, ସେଥିପାଇଁ ସେ ଜନପ୍ରିୟ ହେବା ସହ ସବୁ ଦଳ ଦ୍ୱାରା ପ୍ରଶଂସାର ପାତ୍ର ହୋଇଥିଲେ । ତାଙ୍କ ଭଳି ଜଣେ ଆଦର୍ଶ ଓ ବିଦ୍ୱାନ ବ୍ୟକ୍ତିଙ୍କ ସ୍ନେହ ଓ ପାଣ୍ଡିତ୍ୟର ମୁଁ ଲାଭ ପାଇଛି । ସଂସଦରେ ତାଙ୍କର ଉଚ୍ଚାରଣ ଶୈଳୀ ଏବଂ ଉପାଖ୍ୟାନ ସ୍ମରଣୀୟ ହୋଇ ରହିବ । ଶ୍ରୀ ନାଇଡୁଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ନିରନ୍ତର ମାର୍ଗଦର୍ଶନ ଆଗକୁ ମଧ୍ୟ ରହିବା ନେଇ ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO