ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୬,୨୯୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୩ ଜଣଙ୍କର ମୃତ୍ୟୁ ଘଟିଛି । ୧୯, ୪୩୧ ଜଣ ସୁସ୍ଥ ହୋଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୨୫,୦୭୬ ଥିବାବେଳେ ବର୍ତମାନ ସୁଦ୍ଧା ୫୨୬୮୭୯ ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୫୬,୧୫୩ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୫୬,୧୫୩ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୯୨,୩୩,୨୫୧ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।