ନୂଆଦିଲ୍ଲୀ,ଆଜି ଦେଶର ୧୪ତମ ଉପରାଷ୍ଟ୍ରପତି ଭାବେ ଜଗଦୀପ ଧନଖଡ଼ ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ତାଙ୍କୁ ଶପଥ ପାଠ କରାଇଛନ୍ତି। ସେ ହିନ୍ଦୀ ଭାଷାରେ ଶପଥ ଗ୍ରହଣ କରିଛନ୍ତି ।
ଉକ୍ତ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ସମେତ ଅନେକ ବରିଷ୍ଠ ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ।
ଏହା ପୂର୍ବରୁ ଶ୍ରୀ ଧନଖଡ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କର ସମାଧିରେ ଗାନ୍ଧୀଜୀଙ୍କୁ ଶ୍ରଦ୍ଧାଂଜଳି ଅର୍ପିତ କରିଥିଲେ ।