ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୬,୫୬୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୯ ଜଣଙ୍କର ମୃତ୍ୟୁ ଘଟିଛି । ୧୮, ୦୫୩ ଜଣ ସୁସ୍ଥ ହୋଇଛନ୍ତି ।
ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୨୩,୫୩୫ ଥିବାବେଳେ ବର୍ତମାନ ସୁଦ୍ଧା ୫୨୬୯୨୮ ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୦୪,୧୮୯ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୦୪,୧୮୯ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୯୫,୩୭,୪୪୦ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।