ଭୁବନେଶ୍ୱର, ପଶ୍ଚିମ ମିଆଁମାର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ, ପ୍ରଭାବରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ଉତ୍ତରବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା, ସୃଷ୍ଟିହେବାର ପରବର୍ତୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦେଇଛନ୍ତି।
କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ କାଲିଠୁ ବଢ଼ିବ । ଆଗାମୀ ୧୩ ଓ ୧୪ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।