
ନୟାଗଡ଼,ନୟାଗଡ଼ ଜିଲ୍ଲାର ୩ଟି ବ୍ଲକରେ ୩୨ଟି ସ୍କୁଲ ୨ ଦିନ ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ଓ ଆସନ୍ତାକାଲି ଏସବୁ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ । ଗଣିଆ, ଖଣ୍ଡପଡ଼ା ଓ ଭାପୁର ବ୍ଲକରେ ଥିବା ଏସବୁ ସ୍କୁଲକୁ ବନ୍ଦ ପାଇଁ ନିର୍ଦ୍ଦେଶ ରହିଛି । ମାତ୍ର ସମ୍ପୃକ୍ତ ବିଦ୍ୟାଳୟରେ ଶିକ୍ଷକ, ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ ।