ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ ୮,୮୧୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୧୫, ୦୪୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୧୧,୨୫୨ ରହିଛି । ବର୍ତମାନ ସୁଦ୍ଧା ୫୨୭୦୯୮ ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨, ୧୨,୧୨୯ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨, ୧୨,୧୨୯ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୦୬,୯୨,୫୦୩ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।