ସମ୍ବଲପୁର, ମଙ୍ଗଳବାର ଦିନ ୧୨ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରରୁ ମୋଟ୍ ୨୬ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାର୍ଶ୍ଵ ଡାଇକ୍ ର ୧୮ଟି ସ୍ଲୁଇସ୍ ଗେଟ୍ ଓ ଡାହାଣ ପାର୍ଶ୍ଵ ଡାଇକ୍ ର ୮ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ବନ୍ୟାଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି ।
ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୭ ଲକ୍ଷ ୮୮ ହଜାର ୬୫୨ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨୬ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୪ ଲକ୍ଷ ୪୫ ହଜାର ୫୮୯ ଘନଫୁଟ୍ ରୁ ଉର୍ଦ୍ଧ୍ଵ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳ ପତନ ଦିନ ୧୨ଟା ସୁଦ୍ଧା ୬୨୬.୦୮ ଫୁଟ୍ ରହିଛି ।