ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ ୯,୦୬୨ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୧୫,୨୨୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୩୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୫,୦୫୮ ରହିଛି । ବର୍ତମାନ ସୁଦ୍ଧା ୫୨୭୧୩୪ ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୬୪,୦୩୮ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୬୪,୦୩୮ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୧୦,୫୬,୫୪୧ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।