-
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଂଚଳ ପରିଦର୍ଶନ
-
ପାଣି ଛାଡିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ, ୧୫ ଦିନରେ ସହାୟତା ଯୋଗାଇବାକୁ ନିର୍ଦେଶ
ଭୁବନେଶ୍ୱର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ଆକାଶମାର୍ଗରୁ ରାଜ୍ୟର ବନ୍ୟାସ୍ଥିତି ସମୀକ୍ଷା କରିଛନ୍ତି । ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଂଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି ।
ଖୋର୍ଦ୍ଧା , ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲା ଯେଉଁ ଗାଁ ମାନଙ୍କ ରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲା ର ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ୭ ଦିନ ପାଇଁ ରିଲିଫ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପାଣି ଛାଡିବାର ୭ ଦିନ ମଧ୍ୟ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତାର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି ।
ପ୍ରଭାବିତ ଅଂଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା; ରିଲିଫ୍ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗୁରୁବାର ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଂଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଂଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲି, କଣାସର ତଳିଆ ଅଂଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଂଚଳ, ଜଳମଗ୍ନ ହେବା ସହିତ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ୫-ଟି ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଂଚଳ ପରିଦର୍ଶନରେ ଯାଇଥିଲେ ।