
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୬୨,୦୨୦ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୧୪,୧୮,୫୬୧ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୨,୬୦୮ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୨,୬୦୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୧୬,୨୫୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ୭୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୦୧,୩୪୩ ରହିଛି । ବର୍ତମାନ ସୁଦ୍ଧା ୫୨୭୨୦୬ ଜଣଙ୍କ ମୃତ୍ୟୁ ଘଟିଛି ।