-
ଉତର ଓଡ଼ିଶାରେ ପ୍ରବଳ ବର୍ଷା
ଭୁବନେଶ୍ୱର, ଉତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଅବପାତରେ ପରିଣତ ହୋଇଛି । ଆଗାମୀ ୬ । ମଧ୍ୟରେ ଏହା ଘନିଭୁତ ହୋଇ ଗଭୀର ଅବପାତ ରେ ପରିଣତ ହେବ । ଆଜି ସନ୍ଧ୍ୟା ମଧ୍ୟରେ ପଶ୍ଚିମ ବଙ୍ଗ ଏବଂ ଓଡିଶା ଉପକୂଳକୁ ବାଲେଶ୍ୱର ଏବଂ ସାଗର ଦ୍ୱୀପପୁଞ୍ଜ ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜି ଉତର ଓଡିଶାର ଚାରୋଟି ଜିଲ୍ଲାରେ ଭାରୀ ବର୍ଷା ହେବାର ସମ୍ଭାବନା ଥିବାରୁ ବାଲେଶ୍ୱର, ଭଦ୍ରକ, ମୟୁରଭଂଜ ଓ କେନ୍ଦୁଝର ଜିଲ୍ଲା ପାଇଁ ରେଡ ୱାର୍ନିଂଗ ଜାରୀ କରା ଯାଇଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କେନ୍ଦ୍ର ପକ୍ଷରୁ କୁହା ଯାଇଛି ଯେ ଉତର ଓଡିଶାର ଚାରୋଟି ଜିଲ୍ଲାରେ ଆଜି ବର୍ଷର ପ୍ରଭାବ ରହିବ । ସେହିପରି ଆସନ୍ତାକାଲି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଛତିଶଗଡ଼ରେ ମଧ୍ୟ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଆଜି ପାଇଁ ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ଆଜି ତଥା ୧୯ ତାରିଖରେ ଓଡ଼ିଶାରେ ସବୁଠାରୁ ଅଧିକ ବର୍ଷା ହେବ ।
ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆ ଯାଇଛି । ଏଗୁଡିକ ହେଲା କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ ସେମି) ହେବାର ସମ୍ଭାବନା ରହିଛି ।