ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୦୭,୬୮୦ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୨୪,୯୫,୯୬୩ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୧,୫୩୯ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୧,୫୩୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୪୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ରବିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୭ ଲକ୍ଷ ୧୨ ହଜାର ୨୧୮ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୯,୮୭୯ ରହିଛି । ବର୍ତମାନ ସୁଦ୍ଧା ୫୨୭୩୩୨ ଜଣଙ୍କ ମୃତ୍ୟୁ ଘଟିଛି ।