ମାଲକାନଗିରି – ଜିଲ୍ଲା ଯୋଜନା ବୋର୍ଡ଼ କମିଟି ବୈଠକ ଅାଜି ଅନୁଷ୍ଠିତ ହୋଇଯାଇଛି । କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତଥା ଯୋଜନା ବୋର୍ଡ଼ର ଅଧ୍ୟକ୍ଷ ତୁଷାରକାନ୍ତି ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି, ମାଲକାନଗିରି ବିଧାୟକ ଆଦିତ୍ୟ ମାଢି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦଶରଥ ପଡିଆମି, ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା, ଜିଲ୍ଲାପାଳ ମନିସ ଅଗ୍ରୱାଲା, ସ୍ଵତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ମାନସ ମାଡ଼କାମି, ଅତିରିକ୍ତ ଜିଲ୍ଲାପାଳ ବିରସେନ ପ୍ରଧାନ ପ୍ରମୁଖ ଜିଲ୍ଲାର ସମସ୍ତ ଅଧିକାରୀ ଲୋକପ୍ରତିନିଧି ଯୋଗଦାନ କରି ଜିଲ୍ଲାର ବିଭିନ୍ନ ସମସ୍ୟା ସହ ଜିଲ୍ଲାରେ ସ୍ବାସ୍ଥ୍ୟ, ଶିକ୍ଷା, ଗମନାଗମନ ଓ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେବା ଉପରେ ଆଲୋଚନା କରିଥିଲେ ।