ଭୁବନେଶ୍ୱର,ଘରର ହୋଲ୍ଡିଂ ଟିକସ କମାଇବା ଲାଗି ଲାଂଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ଅବସରପ୍ରାପ୍ତ କର୍ମଚାରୀ ତଥା ପୂର୍ବତନ ଟ୍ୟାକ୍ସ କଲେକ୍ଟର ଯୋଗେନ୍ଦ୍ର ପ୍ରଧାନ ।
ସୂଚନା ଅନୁଯାୟୀ, ବିଏମସି ର ଖଣ୍ଡଗିରି ୱାର୍ଡ ଅଫିସ ନମ୍ବର ୨୩ରେ ଅଭିଯୋଗକାରୀଙ୍କଠାରୁ ବିଏମସିର ଟ୍ୟାକ୍ସ କଲେକ୍ଟର ହେମନ୍ତ କୁମାର ସାହୁ ଓ ଯୋଗେନ୍ଦ୍ର ପ୍ରଧାନ ୧୫ ହଜାର ଟଙ୍କା ଲାଂଚ ନେଉଥିଲେ । ଏତିକି ବେଳେ ଭିଜିଲାନ୍ସ ଟିମ୍ ଘଟଣାସ୍ଥଳରେ ପହଂଚି ଲାଂଚ ଟଙ୍କା ଜବତ କରିବା ସହ ହେମନ୍ତ କୁମାର ସାହୁ ଓ ଯୋଗେନ୍ଦ୍ର ପ୍ରଧାନଙ୍କୁ ଧରିଥିଲେ । ଉଭୟଙ୍କୁ ଭିଜିଲାନ୍ସ ଅଟକ ରଖିଛି । ସେଦୁହେଁ ଅଭିଯୋଗକାରୀଙ୍କ ହୋଲ୍ଡିଂ ଟିକସ କମାଇବା ଲାଗି ଲାଂଚ ନେଉଥିଲେ । ଉଭୟ ଅଭିଯୁକ୍ତଙ୍କ ବିରୋଧରେ ଅଧିକ ଅନୁସନ୍ଧାନ ଚାଲିଛି ।