ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୨,୨୯,୫୪୬ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୨୭,୨୫,୫୦୯ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୯,୫୩୧ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୯,୫୩୧ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୩୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୭ ଲକ୍ଷ ୨୩ ହଜାର ୯୪୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୭,୬୪୮ ରହିଛି । ବର୍ତମାନ ସୁଦ୍ଧା ୫୨୭୩୬୮ ଜଣଙ୍କ ମୃତ୍ୟୁ ଘଟିଛି ।