ଭୁବନେଶ୍ଵର, ୧ ଜୁନ ୨୦୨୨ ରୁ ୨୨ ଅଗଷ୍ଟ ୨୦୨୨ ମଧ୍ୟରେ ରାଜ୍ୟରେ ୯୪୧.୯ ମିମି ବର୍ଷା ରେକର୍ଡ କରାଯାଇଛି, ଯାହାକି ଏହି ସମୟର ସ୍ଵାଭାବିକ ବର୍ଷା ୮୨୨.୯ ମିମି ତୁଳନାରେ ୧୪% ଅଧିକ ରହିଛି । ଏହି ସମୟ ମଧ୍ୟରେ କନ୍ଧମାଳ( ୭୧%) ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ରେକର୍ଡ ହୋଇଛି ।
ଦେବଗଡ, ଢେଙ୍କାନାଳ, ନୟାଗଡ, ବୌଦ୍ଧ, କୋରାପୁଟ, ରାୟଗଡା ଏବଂ ଗଜପତିରେ ସ୍ଵାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ଅବଶିଷ୍ଟ ୨୨ ଜିଲ୍ଲାରେ ସ୍ଵାଭାବିକ ବର୍ଷା ରେକର୍ଡ ହୋଇଛି ।