
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୯୧,୨୮୧ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୩୧,୧୬,୭୯୦ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୮,୫୮୬ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୮,୫୮୬ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୯,୬୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ୪୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୭ ଲକ୍ଷ ୩୩ ହଜାର ୬୨୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୬,୫୦୬ ରହିଛି । ବର୍ତମାନ ସୁଦ୍ଧା ୫୨୭୪୧୬ ଜଣଙ୍କ ମୃତ୍ୟୁ ଘଟିଛି ।