ଭୁବନେଶ୍ଵର, ଉତର-ପଶ୍ଚିମ ବଙ୍ଗୋପସାଗର ଅଂଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଂଟା ମଧ୍ୟରେ ମୟୂରଭଞ୍ଜ଼ ଜିଲ୍ଲାର ବାଙ୍ଗିରିପୋଷିରେ ସର୍ବାଧିକ ୮୧.୨ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦ୍ବୀପରେ ୬୬.୩, ଗଜପତି ଜିଲ୍ଲାର ଆର. ଉଦୟଗିରିରେ ୬୬.୦, ଖୋର୍ଦ୍ଧା ଜିଲ୍ଲାର ବାଣପୁରରେ ୬୬.୦, ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୬୫.୦, ଯାଜପୁର ଜିଲ୍ଲାର ବରୀରେ ୬୩.୬, କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ୫୭.୦, କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ାରେ ୫୩.୦, ଗଞ୍ଜାମ ଜିଲ୍ଲାର ବେଲଗୁଣ୍ଠାରେ ୫୩.୦, ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୫୨.୬, କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୫୨.୦ ଏବଂ ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୫୧.୬ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ସେହିପରି ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ମାଲକାନଗିରି ଓ ବୌଦ୍ଧ ଜିଲ୍ଲାରେ ୩୫.୦ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୧୯.୦ ଡ଼ିଗ୍ରୀ ସେଲସିୟସ୍ ରହିଛି ।