ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୦,୬୪୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୧୦,୬୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ୩୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବୁଧବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୭ ଲକ୍ଷ ୪୪ ହଜାର ୩୦୧ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୬,୪୪୨ ରହିଛି । ବର୍ତମାନ ସୁଦ୍ଧା ୫୨୭୪୫୨ ଜଣଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୪,୦୭,୦୯୬ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୪,୦୭,୦୯୬ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୩୫,୨୩,୮୮୬ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।