
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୯୨,୮୩୭ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୩୯,୧୬,୭୨୩ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୦,୭୨୫ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୦,୭୨୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୧୩,୦୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ୩୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୭ ଲକ୍ଷ ୫୭ ହଜାର ୩୮୫ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୯୪,୦୪୭ ରହିଛି । ବର୍ତମାନ ସୁଦ୍ଧା ୫୨୭୪୮୮ ଜଣଙ୍କ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୯୪୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧୦ ହୋଇ ଯାଇଛି ।