ଭବାନୀପାଟଣା, କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ ଅନ୍ତର୍ଗତ କିରକାକାନୀ ଗାଁ ମୁଣ୍ଡ ଗଛରୁ ଆଜି ସକାଳେ ଝୁଲନ୍ତା ଅବସ୍ଥାରେ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘ ଦିନ ଧରି ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିଲା । ଉଭୟ ଯୁବକ ଯୁବତୀ ଭିନ୍ନ ଜାତିର ହୋଇଥିବା ଜଣାପଡିଛି । ତେବେ କେଉଁ କାରଣରୁ ଏମାନେ ଆତ୍ମହତ୍ୟା କରିଛନ୍ତି ତାହା ଅଦ୍ୟାବଧି ଅସ୍ପଷ୍ଟ ରହିଛି । ଖବର ପାଇ ଧର୍ମଗଡ଼ ପୋଲିସ ଘଟଣାସ୍ଥଳରେ ପହଂଚି ମୃତକ ଦ୍ୱୟଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛି । ଥାନା ପକ୍ଷରୁ ଏ ସଂକ୍ରାନ୍ତରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ ହୋଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Related Stories
November 24, 2024
November 24, 2024