
ଭୁବନେଶ୍ୱର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ସଡକ ଦୁର୍ଘଟଣା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ବ୍ୟକ୍ତ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଲୋକଙ୍କ ପ୍ରାଣହାନି ହୋଇଥିବା ବିଷୟରେ ଜାଣି ମୁଁ ଦୁଃଖିତ । ସମସ୍ତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।