ଭୁବନେଶ୍ୱର, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଘଟିଥିବା ସଡକ ଦୁର୍ଘଟଣା ପ୍ରସଙ୍ଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ବ୍ୟକ୍ତ କରିଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଠାରେ ଘଟିଥିବା ଅଭାବନୀୟ ସଡ଼କ ଦୁର୍ଘଟଣାରେ ଅନେକ ଲୋକଙ୍କ ମୃତ୍ୟୁ ହୋଇଥିବା ଖବର ଜାଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଏହି କଠିନ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ପ୍ରଦାନ କରନ୍ତୁ ।
Related Stories
November 25, 2024