ଭୁବନେଶ୍ୱର , ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ପରଲୋକ ଘଟିଛି । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା ।
୧୯୩୭ ମସିହା ଅଗଷ୍ଟ ୩ ତାରିଖରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ଜନ୍ମଗ୍ରହଣ କରିଥିଲେ । ୧୯୬୦ ମସିହାରୁ ସେ ଓଡ଼ିଶା ଉଚ୍ଚ ନ୍ୟାୟଳୟରେ ଓକିଲାତି କରିବା ପରେ ୧୯୯୩ରୁ ୧୯୯୬ ଯାଏ ବିଚାରପତି ଭାବେ କାର୍ଯ୍ୟ କରିଥିଲେ । ଏହାପରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର ୧୯୯୬ରେ ଆହ୍ଲାବାଦ ନ୍ୟାୟଳୟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟଭାର ତୁଲାଇଥିଲେ । ୧୯୯୮ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।
ଜଷ୍ଟିସ ଦେବପ୍ରିୟ ମହାପାତ୍ର ଓଡ଼ିଶା ରାଜ୍ୟ ମାନବାଧିକାର କମିସନର ପ୍ରଥମ ଅଧ୍ୟକ୍ଷ ଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା