ପାଣିକୋଇଲି, ଭକଣ୍ଡରୀ ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଆତ୍ମହତ୍ୟା କରିଛନ୍ତି ଦମ୍ପତି । କେଶବ ବେହେରା ଓ ତାଙ୍କ ପତ୍ନୀ ଝୁନୁଲତା ଆତ୍ମହତ୍ୟା କରିଛନ୍ତି । ଝୁଲନ୍ତା ଅବସ୍ଥାରେ କେଶବଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ପତ୍ନୀ ଝୁନୁଲତା କୀଟନାଶକ ଖାଇ ଆତ୍ମହତ୍ୟା କରିଛନ୍ତି । ଏ ସମ୍ପର୍କରେ ଗ୍ରାମବାସୀଙ୍କ ଠାରୁ ଖବର ପାଇ ପାଣିକୋଇଲି ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଚଳାଇଛି । ମୃତ ଦମ୍ପତିଙ୍କ ଶବ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ତେବେ ଉଭୟଙ୍କ ମଧ୍ୟରେ କଳହର ପ୍ରକୃତ କାରଣ ଜଣାପଡିନାହିଁ ।
Related Stories
November 23, 2024
November 23, 2024
November 23, 2024