ଭୁବନେଶ୍ଵର, ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗଞ୍ଜାମ ଜିଲ୍ଲା ଶେରଗଡ଼ରେ ସର୍ବାଧିକ ୩୩.୫ ମି.ମି. ବର୍ଷା ରେକର୍ଡ଼ କରାଯାଇଛି । ସେହିପରି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ୨୬.୦ ମି.ମି., କଟକ ଜିଲ୍ଲା ନରାଜରେ ୨୧.୮, ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୧୮.୨ ମି.ମି., ସମ୍ବଲପୁର ଜିଲ୍ଲାର ଯମନକିରା ୧୬.୮, ଗଜପତି ଜିଲ୍ଲାର ମହେନ୍ଦ୍ରଗଡ଼ରେ ୧୫.୮, ନବରଙ୍ଗପୁର ଜିଲ୍ଲାର ଡାବୁଗାଁରେ ୯.୨, କୋରାପୁଟ ଜିଲ୍ଲାର ଲମତାପୁଟରେ ୮.୪ ଏବଂ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାରେ ୮.୨ ମି.ମି. ବର୍ଷା ରେକର୍ଡ଼ କରାଯାଇଛି ।
ସେହିପରି ଆଜି ଦିନର ସର୍ବୋଚ୍ଚ ତାପମାତ୍ରା ଚାନ୍ଦବାଲିରେ ୩୬.୭ ଡ଼ିଗ୍ରୀ ସେଲସିୟସ୍ ରହିଥିବା ବେଳେ ସର୍ବନିମ୍ନ ତାପମାତ୍ରା ବୌଦ୍ଧରେ ୨୦.୦ ଡ଼ିଗ୍ରୀ ସେଲସିୟସ୍ ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।