ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୧୮,୬୪୨ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୬୪,୬୬,୨୫୫ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୬,୧୬୮ ନୂଆ ମାମଲା : ସୁସ୍ଥ ହେଲେ ୯,୬୮୫
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୬,୧୬୮ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ସେହିପରି ୯,୬୮୫ ଜଣ ସୁସ୍ଥ ହୋଇଛନ୍ତି । ୨୧ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୯୪ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୮ ଲକ୍ଷ ୫୫ ହଜାର ୩୬୫ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୯,୨୧୦ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୭ ହଜାର ୯୩୨ ରହିଛି।