ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୬୪,୮୮୬ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୬୮,୩୧,୧୪୧ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୭,୨୧୯ ନୂଆ ମାମଲା : ସୁସ୍ଥ ହେଲେ ୯,୬୫୧
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୭,୨୧୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ସେହିପରି ୯,୬୫୧ ଜଣ ସୁସ୍ଥ ହୋଇଛନ୍ତି । ୩୩ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୯୮ ପ୍ରତିଶତ । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶନିବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୮ ଲକ୍ଷ ୬୫ ହଜାର ୧୬ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୬,୭୪୫ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୭ ହଜାର ୯୬୫ ରହିଛି ।