-
ଆଜି ଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି
ଭୁବନେଶ୍ଵର, ଆସନ୍ତା ୭ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ପରବର୍ତି ୪୮ଘଂଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଅନ୍ୟପକ୍ଷରେ ଆଜି ଠୁ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି । ଆଗାମୀ ୨୪ ଘଂଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଭାଗ । ସେହିପରି ଆଗାମୀ ୪ ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି ।