
ଭୁବନେଶ୍ୱର, ଗୁରୁ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କୁ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଅଜ୍ଞାନତାର ଅନ୍ଧକାରରୁ ଜ୍ଞାନର ଆଲୋକ ଦେଖାଇ ଉଚିତ ମାର୍ଗରେ ପରିଚାଳିତ କରିବାରେ ଗୁରୁଙ୍କ ଭୂମିକା ଅତୁଳନୀୟ। ପବିତ୍ର ଗୁରୁଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହ ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ ତଥା ଶିକ୍ଷକ ଡ. ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ପ୍ରତି ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି।