-
ସୁସ୍ଥ ହେଲେ ୭,୦୩୪
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୯୧୦ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ସେହିପରି ୭,୦୩୪ ଜଣ ସୁସ୍ଥ ହୋଇଛନ୍ତି । ୧୬ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୨.୬୦ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସୋମବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୮ ଲକ୍ଷ ୮୦ ହଜାର ୪୬୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୩,୯୭୪ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୦୦୭ ରହିଛି ।