ଭୁବନେଶ୍ୱର, ଆସନ୍ତାକାଲି (୭ସେପ୍ଟେମ୍ବର)ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ । ୪୮ଘଂଟା ମଧ୍ୟରେ ଅର୍ଥାତ୍ ୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବ । ଏହାର ପ୍ରଭାବରେ ୯ ତାରିଖରୁ ବର୍ଷା ବଢିବ । ତେବେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।
ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତାକ ୨୪ ଘଂଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ , ଖୋର୍ଦ୍ଧା , ନୟାଗଡ, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଗଜପତି, ରାୟଗଡା, କୋରାପୁଟ ଓ ନବଙ୍ଗପୁରରେ ଅଧିକ ବର୍ଷା ହୋଇପାରେ । ଏଥିପାଇଁ ଏହି ୨୩ ଟି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ୭ ରୁ ୮ ତାରିଖ ମଧ୍ୟରେ ଗଂଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।