-
ଭୁବନେଶ୍ୱରରେ ମୁତୟନ ହେଲେ ୩୦ ପ୍ଲାଟୁନ ଫୋର୍ସ
ଭୁବନେଶ୍ୱର, ଦିଲ୍ଲୀରେ ଲାଇଫ୍ ଟାଇମ୍ ଆଚିଭମେଂଟ ଆୱାର୍ଡ ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ଫେରିବେ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବାକୁ ବିଜୁପଟ୍ଟନାୟକ ବିମାନବନ୍ଦରରେ ପ୍ରବଳ ଜନସମାଗମ ହେବ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।
ଏସମ୍ପର୍କରେ ସୂଚନା ଦେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ପାଇଁ ୫୦ ହଜାର ଲୋକଙ୍କ ସମାଗମ ସାମ୍ଭାବନା ରହିଛି । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ରହିବେ । ଭିଡ଼ ନିୟନ୍ତ୍ରଣ ପାଇଁ ଟ୍ରାଫିକ ବ୍ୟବସ୍ଥା କଡାକଡି ପାଳନ ହେବ । ବିଭିନ୍ନ ସ୍ଥାନରେ ୩ଟି ଅତିରିକ୍ତ ଟ୍ରାଫିକ୍ ପାର୍କିଂ ବ୍ୟବସ୍ଥା କରାଯିବ । ଆବଶ୍ୟକସ୍ଥଳେ ଟ୍ରାଫିକ୍ ଡାଇଭର୍ସନ ଓ ବ୍ୟାରିକେଡ୍ ବ୍ୟବସ୍ଥା ହେବ ।
ଏହାସହ ବିମାନବନ୍ଦରରେ ପ୍ରବଳ ଜନସମାଗମ ହେବ । ବିଶେଷ କରି ସକାଳ ୮ରୁ ଅପରାହ୍ନ ୧ଘଟିକା ପର୍ଯ୍ୟନ୍ତ ଜନସମାଗମ ରହିବ । ତେଣୁ ବିମାନଯାତ୍ରା କରିବାକୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସମୟର ୩ଘଂଟା ଆଗରୁ ବିମାନବନ୍ଦରରେ ପହଂଚିବାକୁ ଅନୁରୋଧ କରାଯାଇଛି ।