ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୨୧,୯୧୭ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୮୦,୬୮,୬୮୧ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୫,୩୭୯ ନୂଆ ମାମଲା : ସୁସ୍ଥ ହେଲେ ୭,୦୯୪
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୫,୩୭୯ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ସେହିପରି ୭,୦୯୪ ଜଣ ସୁସ୍ଥ ହୋଇଛନ୍ତି । ୨୭ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୬୭ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ବୁଧବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୮ ଲକ୍ଷ ୯୩ ହଜାର ୫୯୦ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦,୫୯୪ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୦୫୭ ରହିଛି ।