
ଭୁବନେଶ୍ଵର, ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୪୮ ଘଂଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତୀ ଉତର ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ମଧ୍ୟରେ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ କେନ୍ଦ୍ର,ଭୁବନେଶ୍ଵର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।