
-
ସୁସ୍ଥ ହେଲେ ୬,୬୧୪
ନୂଆଦିଲ୍ଲୀ,ଦେଶରେ ଗତ ୨୪ ଘଂଟା ମଧ୍ୟରେ ୬,୩୯୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ସେହିପରି ୬,୬୧୪ ଜଣ ସୁସ୍ଥ ହୋଇଛନ୍ତି । ୩୩ ଜଣଙ୍କ ମୃତ୍ୟୁ ଘଟିଛି । ଦୈନିକ ସଂକ୍ରମଣର ହାର ରହିଛି ୧.୯୬ ପ୍ରତିଶତ ।
କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗୁରୁବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୨୦୪ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୫୦,୩୪୨ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୦୯୦ ରହିଛି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୨୫,୬୦୨ ନମୂନା ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୨୫,୬୦୨ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୮୩,୯୪,୨୮୩ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।