ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩,୧୬,୫୦୪ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୮,୮୭,୧୦,୭୮୭ ନମୂନାର ପରୀକ୍ଷଣ କରାଯାଇଥିବା ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୬,୦୯୩ ନୂଆ ମାମଲା : ସକ୍ରିୟ ମାମଲା ୪୯,୬୩୬
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୬,୦୯୩ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ୩୧ ଜଣଙ୍କ ମୃତ୍ୟୁ ଘଟିଛି । କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଶୁକ୍ରବାର ସକାଳ ସୁଦ୍ଧା ଦେଶରେ ସମୁଦାୟ ୪ କୋଟି ୩୯ ଲକ୍ଷ ୬ ହଜାର ୯୭୨ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ସକ୍ରିୟ ରୋଗୀଙ୍କ ସଂଖ୍ୟା ୪୯,୬୩୬ ରହିଛି । ବର୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୮ ହଜାର ୧୨୧ ରହିଛି ।